ଆସନ୍ତାକାଲି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର, ୭ା୧୨(ଦି ପ୍ରଗତି ନ୍ୟୁଜ): ଆସନ୍ତାକାଲି ଭାରତ ବନ୍ଦ ଡାକରା ଦିଆଯାଇଛି । କରୋନା ମହାମାରୀର ପ୍ରକୋପ ସମ୍ପୂର୍ଣ୍ଣ ଭାବରେ ଯାଇ ନଥିବା ବେଳେ ଓ ସାଧାରଣ ପରିବହନ ବ୍ୟବସ୍ଥା ସ୍ୱାଭାବିକ ଅବସ୍ଥାକୁ ଫେରିନଥିବା ବେଳେ ଭାରତ ବନ୍ଦ ଡାକରା ଯୋଗୁ ଗମନାଗମନ ଓ ପରିବହନ ବ୍ୟବସ୍ଥା ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି । ଏହା କରୋନା ସଂକ୍ରମଣ ଉପରେ ପ୍ରତିକୂଳ ପ୍ରଭାବ ପକାଇବାର ଆଶଙ୍କା ମଧ୍ୟ ରହିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା କାଲି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡ଼ିକୁ ବନ୍ଦ ରଖିବା ନିମନ୍ତେ ସରକାରଙ୍କ ଦ୍ୱାରା ନିଷ୍ପତ୍ତି ନିଆଯାଇଛି । କିନ୍ତୁ ଏହି ସମୟରେ ସମସ୍ତ ଅତ୍ୟାବଶ୍ୟକ ଜରୁରୀ ସରକାରୀ ସେବା ବଜାୟ ରହିବ ବୋଲି ସଚନା ମିଳିଛି ।