ଭୁବନେଶ୍ୱର,୧/୦୧: ନୂଆ ବର୍ଷରେ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧିକୁ ଅନୁମୋଦନ ଦେଇଛନ୍ତି ମୋହନ ସରକାର । ଗ୍ରାଚୁଇଟି ରାଶି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ ପ୍ରାପ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ମାନଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚୁଇଟି ମଧ୍ୟ ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଛି।