ରାଜଧାନୀରେ ଦୁର୍ଗା ପୂଜା ନେଇ ଗାଇଡ଼ଲାଇନ ଜାରି

ଭୁବନେଶ୍ୱର,୫/୧୦: ଚଳିତବର୍ଷ ଭୁବନେଶ୍ୱରର ୧୮୩ ମଣ୍ଡପରେ ପୂଜା ପାଇବେ ମା ଦୁର୍ଗା। ତେଣୁ ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି ଟ୍ରାଫିକ୍ ନିୟନ୍ତ୍ରଣ ଓ ଆଇନ୍ ଶୃଙ୍ଖଳା । ପୂଜା ପାଇଁ ନିୟମକୁ ସାମାନ୍ୟ କୋହଳ କରାଯାଇଛି । ୧୦ଟା ପରିବର୍ତେ ରାତି ୧୨ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଅନୁମତି ମିଳିଛି । ଭସାଣ ବେଳେ ଭାଇବ୍ରେଟ୍ ମ୍ୟୁଜିକ ବ୍ୟବହାର ନକରିବାକୁ ଅନୁରୋଧ କରିଛନ୍ତି ପୋଲିସ କମିଶନର ।ସେହିପରି ବର୍ଷାରେ କ୍ଷତିଗ୍ରସ୍ତ ହୋଇପଡ଼ିଥିବା ରାସ୍ତାଘାଟର ମରାମତି ଓ ଡ୍ରେନେଜ ସମସ୍ୟାର ସମାଧାନ ପାଇଁ ୫କୋଟି ୩୫ ଲକ୍ଷ ଟଙ୍କାର ଅନୁଦାନ ଦିଆଯାଇଛି । ସହରରେ ହେଉଥିବା ପୂଜା ଓ ଭସାଣ ପାଇଁ ସିଙ୍ଗଲ ୱିଣ୍ଡୋ ବ୍ୟବସ୍ଥା କରାଯାଇଛି । ଯାହାଦ୍ୱାରା ଲାଇସେନ୍ସ ପାଇବାରେ ସମସ୍ୟା ହେବ ନାହିଁ ।