ଝୁଲା ଫୋଲ ଛିଡିଯିବା ଘଟଣାରେ ମୃତ୍ୟୁସଂଖ୍ୟା ୧୩୨ କୁ ବୃଦ୍ଧି

ନୂଆଦିଲ୍ଲୀ,୩୧/୧୦: ଗୁଜରାଟରେ ମୋର୍ବିରେ ଝୁଲା ଫୋଲ ଛିଡିଯିବା ଘଟଣାରେ ମୃତ୍ୟୁସଂଖ୍ୟା ୧୩୨ କୁ ବୃଦ୍ଧି ପାଇଛି । ଏବେବି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ମୃତ୍ୟୁ ସଂଖ୍ୟା ବଢିବାରେ ବୋଳି ଆଶଙ୍କା କରାଯାଉଛି । ୧୭୭ ଜଣଙ୍କୁ ଆହତଙ୍କୁ ଉଦ୍ଧାର କରାଯାଇଛି । ଏମାନଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତି କରାଯାଇଛି । ଏବେ ବି ୫୦ରୁ ଅଧିକ ଲୋକଙ୍କ ପତା ମିଳୁନି ।

ଉଦ୍ଧାର କାର୍ଯ୍ୟରେ ସେନା ସାମିଲ ହୋଇଛି । ବାୟୁସେନାର ଗରୁଡ଼ କମାଣ୍ଡୋ ବାହିନୀ, ସ୍ଥଳସେନା, ଏନ୍ଡିଆରଏଫ୍, ଏସ୍ଡିଆରଏଫ୍ ଓ ଜିଲ୍ଲାର ଅଗ୍ନିଶମ ବାହିନୀ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି । ରାତି ସାରା ୨୦୦ରୁ ଅଧିକ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ଗୁଜରାଟ ଗୃହମନ୍ତ୍ରୀ ସୂଚନା ଦେଇଛନ୍ତି ।