ଗୁରୁଙ୍କ ବିନା ସବୁକିଛି ଅନ୍ଧାର: ଆଜି ଗୁରୁ ଦିବସ, ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁଙ୍କୁ ପୂଜା କରୁଛନ୍ତି ଶିଷ୍ୟ

ଭୁବନେଶ୍ୱର,୫/୦୯: ଆଜି ସେପ୍ଟେମ୍ବର ୫ ତାରିଖ ଗୁରୁ ଦିବସ। ମହାନ ଶିକ୍ଷାବିତ୍, ଦାର୍ଶନିକ ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଆଜି ଜନ୍ମଦିନ। ତାଙ୍କର ଜନ୍ମଦିନକୁ ସାରା ଦେଶରେ ଗୁରୁ ଦିବସ ରୂପେ ପାଳନ କରାଯାଉଛି। ଶିକ୍ଷା ଦୀକ୍ଷା ପ୍ରତିଟି କ୍ଷେତ୍ରରେ ଗୁରୁଙ୍କର ମାର୍ଗଦର୍ଶନ ଜଣେ ବ୍ୟକ୍ତିକୁ ସଫଳ କରାଏ । ଶିକ୍ଷା ପ୍ରତି ଡକ୍ଟର ରାଧାକ୍ରିଷ୍ଣନଙ୍କର ଅବଦାନକୁ ମନେ ରଖିବା ପାଇଁ ତାଙ୍କ ଜନ୍ମଦିନକୁ ଗୁରୁ ଦିବସ ଭାବେ ପ୍ରତିବର୍ଷ ପାଳନ କରାଯାଏ। ବିଭିନ୍ନ ଶିକ୍ଷାନୁଷ୍ଠାନରେ ମଧ୍ୟ ଧୂମଧାମରେ ପାଳିତ ହେଉଛି ଗୁରୁ ଦିବସ ଉତ୍ସବ।

ଶିକ୍ଷାଦାନ ବୃତ୍ତିରୁ ଭାରତର ପ୍ରଥମ ନାଗରିକ ତଥା ରାଷ୍ଟ୍ରପତି ହୋଇ ପରେ ‘ଭାରତ ରତ୍ନ’ ପାଇଥିବା ସର୍ବପଲ୍ଲୀ ରାଧାକ୍ରୀଷ୍ଣନ ଭାରତୀୟ ଶିକ୍ଷା କ୍ଷେତ୍ରକୁ ସ୍ମରଣୀୟ ଅବଦାନ ରହିଛି। ସ୍ୱାଧୀନ ଭାରତର ପ୍ରଥମ ଉପରାଷ୍ଟ୍ରପତି ହେବା ପରେ ଡକ୍ଟର୍‌ ରାଧାକ୍ରିଷ୍ଣନ୍‌ ୧୯୬୨ ମସିହା ମେ ୧୪ ତାରିଖରେ ଦେଶର ଦ୍ୱିତୀୟ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଭାର ଗ୍ରହଣ କରିଥିଲେ ଏବଂ ସଂପୂର୍ଣ୍ଣ ୫ ବର୍ଷ ଯାଏ ଏହି ଦାୟିତ୍ୱରେ ରହିଥିଲେ।

Leave a Reply

Your email address will not be published. Required fields are marked *