ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନାଏବ ସିଂହ ସୈନି

ନୂଆଦିଲ୍ଲୀ, ୧୭/୧୦: ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନାଏବ ସିଂହ ସୈନି। ଏଥିସହ ବିଜେପି ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ସରକାର ଗଠନ କରିଛି।ହରିୟାଣା ରାଜ୍ୟପାଳ ବନ୍ଦରୁ ଦତ୍ତାତ୍ରେୟ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ କ୍ୟାବିନେଟ ମନ୍ତ୍ରୀ ଭାବେ ଅନିଲ ବିଜ୍ ମଧ୍ୟ ଶପଥ ନେଇଛନ୍ତି।ପଞ୍ଚକୁଳାସ୍ଥିତ ସେକ୍ଟର ୫ ପରେଡ୍ ଗ୍ରାଉଣ୍ଡରେ ଶପଥ ଉତ୍ସବର ଭବ୍ୟ ଆୟୋଜନ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଉପସ୍ଥିତ ଥିଲେ। ଏଥିସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ଏନଡିଏ ମେଣ୍ଟର ସଦସ୍ୟ ଦଳ ମୁଖିଆମାନେ ମଧ୍ୟ ଯୋଗ ଦେଇଛନ୍ତି। ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ମଧ୍ୟ ସୈନିଙ୍କ ଶପଥ ଉତ୍ସବରେ ଯୋଗ ଦେଇଛନ୍ତି।

Leave a Reply

Your email address will not be published. Required fields are marked *