ଆଜି ହରିଆଣାରେ ବିଧାନସଭା ନିର୍ବାଚନ, ମୈଦାନରେ ଅଛନ୍ତି ୧ ହଜାର ୩୧ ଜଣ ପ୍ରାର୍ଥୀ

ନୂଆଦିଲ୍ଲୀ,୫/୧୦: ଆଜି ହରିଆଣାରେ ୯୦ ବିଧାନସଭା ଆସନ ପାଇଁ ଆଜି ସକାଳ ୭ଟାରୁ ଭୋଟ ଗ୍ରହଣ ହେଉଛି। ୨ କୋଟିରୁ ଅଧିକ ଭୋଟର ମତ ଅଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ସମସ୍ତ ବୁଥ ପ୍ରସ୍ତୁତ ଅଛି। ସକାଳୁ ଭୋଟ ଦେବାକୁ ଲୋକଙ୍କ ଭିଡ଼ ଜମିଲାଣି। ଏଥର ହରିଆଣାରେ ମୁଖ୍ୟତଃ ତିନି ପ୍ରମୁଖ ଦଳ ବିଜେପି, କଂଗ୍ରେସ ଓ ଆପ୍ ମଧ୍ୟରେ ଲଢ଼େଇ ହେଉଛି। ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ହରିଆଣାର ୯୦ ବିଧାନସଭା ଆସନ ପାଇଁ ଏଥର ମୈଦାନରେ ଅଛନ୍ତି ୧ ହଜାର ୩୧ ଜଣ ପ୍ରାର୍ଥୀ। ଭୋଟ୍ ଗ୍ରହଣ ପାଇଁ ସାରା ରାଜ୍ୟରେ ୨୦ ହଜାର ୬୩୨ ପୋଲିଂ ବୁଥ୍‌ କରାଯାଇଛି। ସବୁ ବୁଥରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି। ପାଖାପାଖି ୩୦ ହଜାର ପୁଲିସ କର୍ମୀ ଓ ୨୨୫ ପାରାମିଲିଟାରୀ ନିୟୋଜିତ ଅଛନ୍ତି।

Leave a Reply

Your email address will not be published. Required fields are marked *