ସରକାରୀ ବାସଭବନରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର

ଭୁବନେଶ୍ୱର,୩୦/୧: ସରକାରୀ ବାସଭବନରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି। ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ଗାର୍ଡ ଅଫ୍ ଅନର ଦିଆଯାଇଛି । କିଛି ସମୟ ପରେ ନବ ଦାସଙ୍କ ପାର୍ଥିବ ଶରୀରକୁ ବିଜେଡି ଅଫିସ ନିଆଯିବ । ଶ୍ରଦ୍ଧାଞ୍ଜଳି ପରେ ଭୁବନେଶ୍ୱର ବିମାନବନ୍ଦର ନିଆଯାଇ ସେଠାରୁ ସ୍ୱତନ୍ତ୍ର ହେଲିକପଟରରେ ଝାରୁସୁଗୁଡା ନିଆଯିବ । ଏହାପରେ ନିଜ କର୍ମମାଟିରେ ତାଙ୍କର ଶେଷକୃତ୍ୟ ହେବ । ନବ ଦାସଙ୍କ ମୃତ୍ୟୁ ପରେ ୩ ଦିନିଆ ଶୋକ ପାଳନ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି । କର୍ମମାଟିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଅନ୍ତିମ ସଂସ୍କାର । ଶେଷକୃତ୍ୟ ସମ୍ପନ୍ନ ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ତିନି ଜଣ ମନ୍ତ୍ରୀ ଉପସ୍ଥିତ ରହିବେ । ସେମାନେ ହେଲେ ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ଟୁକୁନି ସାହୁ ।