ରାଜ୍ୟରେ କଲବଲ କରୁଛି ତାତି, ସବୁଠୁ ଉତ୍ତପ୍ତ ସହର ତାଳଚେର

ଭୁବନେଶ୍ୱର, ୨୭/୦୪: ଦିନ ୧୦ ଯାଏଁ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ତାଳଚେର । ଏବେ ଯାଏଁ ତାଳଚେରର ତାପମାତ୍ରା ସର୍ବୋଚ୍ଚ ୩୬.୮ ଡିଗ୍ରୀ ରେକର୍ଡ ହୋଇଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । କେନ୍ଦୁଝର ଓ ରାଉରକେଲାର ତାପମାତ୍ରା ୩୪.୮ ଡିଗ୍ରୀ, ବଲାଙ୍ଗୀର ୩୪.୮, ଭବାନୀପାଟଣା ୩୪ ଡିଗ୍ରୀ, ବାଲେଶ୍ୱର ଓ ବୌଦ୍ଧରେ ୩୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଏପଟେ ରାଜ୍ୟରେ ଆଉ ୪ ଦିନ ରହିବ ହିଟ୍ ୱେଭ । ୩୦ ତାରିଖ ପର୍ଯ୍ୟନ୍ତ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ଅସହ୍ୟ ତାତି ପାଇଁ ଉତର ଓଡ଼ିଶା, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ୨୪ ଘଂଟା ପାଇଁ ମୟୂରଭଂଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ନୂଆପଡ଼ା, ଅନୁଗୁଳ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ସୋନପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, ଦେବଗଡ଼, ବରଗଡ଼ ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହା ସହ କୋରାପୁଟ ଓ ପୁରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।