ପ୍ରବଳରୁ ଅତି ପ୍ରବଳ ବର୍ଷା, ଏବେ ବି ରେଡ଼ ୱାର୍ଣ୍ଣିଂରେ ରହିଛି ରାଜ୍ୟର ଏହି ଜିଲ୍ଲା

ଭୁବନେଶ୍ୱର, ୧୩/୯: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି । ରାଜ୍ୟର ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଛି । ଆଜି ଦିନ ତମାମ ବର୍ଷା ଜାରି ରହିବ । ଏବେ ବି ପୁରୀ, ଖୋର୍ଦ୍ଧା କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ନୟାଗଡ଼ ଜିଲ୍ଲା ରେଡ଼ ୱାର୍ଣ୍ଣିଂରେ ଅଛି । ୧୪ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ । ସେହିପରି ଆସନ୍ତାକାଲି ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ‌ହେବାର ସମ୍ଭାବନା ରହିଛି । ଏନେଇ ଏସ୍‌ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ଲାଗି କୁହାଯାଇଛି । ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିବା ସହ ପରିସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖିବାକୁ ପରାମର୍ଶ ଦିଆଯାଇଛି ।