ପ୍ରବଳ ବର୍ଷା ନେଇ ୫ଜିଲ୍ଲା ସାବଧାନ!

ଭୁବନେଶ୍ୱର, ୧୨/୮:  ଆଗକୁ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାରି ମଧ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପ୍ରବଳ ବର୍ଷ ହେବାକୁ ଥିବା ୫ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନବରଙ୍ଗପୁର ଓ କୋରାପୁଟ । ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି। ସେହିପରି ୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ଜଣାପଡିଛି। ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, ଗଜପତି, କଟକ, ଖୋର୍ଧା ଓ ରାୟଗଡ଼ା ରହିଛି।