ଆସନ୍ତା ୭ରେ ବଙ୍ଗୋପସାଗର ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା!

ଭୁବନେଶ୍ୱର, ୩୦/୮: ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ୨୪ ଜିଲ୍ଲାରେ ନିଆଣ୍ଟିଆ ବର୍ଷା ହୋଇଥିଲେ ଲଘୁଚାପରେ ବର୍ଷା ହୋଇଛି । ରାଜ୍ୟରେ ୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । ମାଲକାନଗିରି, କୋରାପୁଟ, ନୂଆପଡ଼ା, କଟକ, ଖୋର୍ଦ୍ଧା ଓ ଜଗତସିଂହପୁରରେ ସ୍ୱାଭାବିକ ବର୍ଷା ହୋଇଥିବା ସୂଚନା ରହିଛି । ଦୁଇଦିନ ରାଜ୍ୟରେ କିଛି ସ୍ଥାନରେ ବର୍ଷା ସ୍ବଳ୍ପ ଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବ। ସେପ୍ଟେମ୍ବର ୬ କିମ୍ବା ୭ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।