ଆଜିଠୁ ପୁଣି ରାଜ୍ୟରେ ବର୍ଷା , ୟେଲୋୱାର୍ଣ୍ଣିଂ ଜାରି !

ଭୁବନେଶ୍ୱର, ୧୯/୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଓଡ଼ିଶା ଉପକୂଳ ଛୁଇଁବାର ଆଶଙ୍କା ରହିଛି । ଯାହାର ପ୍ରଭାବରେ ଆଜି ଉତ୍ତରଓଡ଼ିଶା ଓ ଆସନ୍ତାକାଲି ଉପକୂଳ ଓଡ଼ିଶାର ଅଞ୍ଚଳଗୁଡ଼ିକରେ ବର୍ଷା ହେବ। ୧୯ରୁ ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ୮ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟର ଅବଶିଷ୍ଟ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ସେହିଭଳି ୨୦ ତାରିଖ ଦିନ ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। କିନ୍ତୁ ଅନ୍ୟ ସମସ୍ତ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ସୂଚନା ରହିଛି ।