ରାଜ୍ୟରେ ୨୬ରୁ ପ୍ରବଳ ବର୍ଷା !

ଭୁବନେଶ୍ୱର, ୨୧/୯: ବଙ୍ଗୋପସାଗର ରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହୋଇଛି। ଆଜି ମଧ୍ୟ ରାଜ୍ୟର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଅନ୍ୟପଟେ ଆସନ୍ତା ୨୫ତାରିଖ ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୪୮ ଘଣ୍ଟା ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ଫଳରେ ରାଜ୍ୟରେ ଆସନ୍ତା ୨୬ତାରିଖରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ ।