ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୨୩ା୧୦(ଦି ପ୍ରଗତି ନ୍ୟୁଜ୍): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧିରେ ଧିରେ ଘନୀଭୂତ ହେବାରେ ଲାଗିଛି । ଏବେ ବର୍ତ୍ତମାନ ଅବପାତ ରୂପରେ ରହିଛି । ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ବାଙ୍ଗଲାଦେଶ ଉପକୂଳରେ ସକ୍ରିୟ ରହିଛି । ଅନ୍ୟପଟେ ପାରାଦୀପ ଠାରୁ ପୂର୍ବ-ଉତ୍ତରପୂର୍ବ ଦିଗରେ ୨୦୦ କିଲୋମିଟର ଦୂରରେ ସକ୍ରିୟ ରହିଛି ଅବପାତ । ଏହା ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ମୟୁରଭଞ୍ଜ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।