ଲଘୁଚାପ ସୃଷ୍ଟି, ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୨୯/୯: ଏବେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଏହାରି ମଧ୍ୟରେ ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ। ଏହାର ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ପୁଣି ଅନ୍ୟପଟେ ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ସ୍ଥିତି ମଧ୍ୟ ଉପୁଜିପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ସେହିପରି ୩୦ ତାରିଖ ଦିନ ବି ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବ । ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୩୦ ତାରିଖ ଯାଏ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ।