ଆଜି ବର୍ଷିବ, କାଲିଠୁ ପାଗରେ ପରିବର୍ତ୍ତନ

ଭୁବନେଶ୍ୱର, ୩୦/୯: ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି । ଏହାସହ ଲଘୁଚାପ ବଳୟ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବ। ମୟୂରଭଞ୍ଜ ଓ କେନ୍ଦୁଝରର ଗୋଟିଏ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ଭଦ୍ରକ ଓ ବାଲେଶ୍ବରରେ ପ୍ରବଳ ବର୍ଷା ହେବ। ପରବର୍ତୀ ୨୪ ଘଣ୍ଟା ଉତ୍ତର ଓଡ଼ିଶାରେ ବର୍ଷା ପରିମାଣ କମିବ। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତାକାଲିଠୁ ବର୍ଷାର ପରିମାଣ କମିବାରେ ଲାଗିବ ଓ ପାଗ ଶୁଖିଲା ରହିବା ନେଇ ସୂଚନା ରହିଛି ।