ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୩/୧୦: ରାଜ୍ୟର ଅଧା ଜିଲ୍ଲାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିସାରିଛି । ଏହାରିମଧ୍ୟରେ ଆସନ୍ତା ୪୮ ଘଣ୍ଟା ଭିତରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଆସନ୍ତା ୧୫ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ୧୬ ଓ ୧୭ ତାରିଖରେ ବି ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲିପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହିପରି ଆଜି ଉତ୍ତର ଓ ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ୧୪ରେ ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ାର କିଛି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ୧୫ ତାରିଖରେ ଉପକୂଳ ଓଡ଼ିଶା ସମେତ କୋରାପୁଟ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ ଓ ଢେଙ୍କାନାଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେହିପରି ୧୬ ତାରିଖରେ ପୁରୀ, ଜଗତସିଂହପୁର, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ ।