ଆସନ୍ତା ୪ରୁ ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୪ରୁ ୫ ଦିନ ଯାଏ ରାଜ୍ୟରେ ଅଧିକ ବର୍ଷା ହେବାର ସମ୍ଭାବନା ଅଛି । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବାଂଲାଦେଶ ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଭିତରେ ଉତ୍ତର ଓଡିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଯାହାଫଳରେ ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗିରହିବ । ବିଶେଷ କରି ଆଜି ପାଇଁ ୭ ଜିଲ୍ଲା ବରଗଡ, ସମ୍ବଲପୁର, କେନ୍ଦୁଝର, ଦେବଗଡ଼, ଭଦ୍ରକ, ଯାଜପୁର ଓ ଢେଙ୍କାନାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।