ଆସନ୍ତା ୧୪ ରୁ ୧୭ ତାରିଖ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮/୮: ରାଜ୍ୟରେ ପୁଣି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୪ ରୁ ୧୭ ତାରିଖ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବ।  ୧୩ ତାରିଖରେ ଗାଙ୍ଗେୟ ଉପତ୍ୟାକା ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି ।ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଗଜପତି, ମାଲକାନଗିରି ଏବଂ କୋରାପୁଟକୁ ଘଡଘଡି ବିଜୁଳି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।