ଆସନ୍ତାକାଲି ୧୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୨୮/୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଂଚଳରେ ୱେଲ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି । ଏହା ଆଗାମୀ ୪୮ ଘଂଟାରେ ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ୧୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୫ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର , ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା ଏବଂ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।