ଆସନ୍ତାକାଲି ୮ ଜିଲ୍ଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ୱର, ୨୯/୧୨: ରାଜ୍ୟରେ ଏବେ ଶୀତ ଲହରୀ ଜାରି ରହିଛି। ଏହାରିମଧ୍ୟରେ ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଉଛି ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ।

ଅନ୍ୟପଟେ ଆସନ୍ତାକାଲି ଘନ କୁହୁଡ଼ି ନେଇ ୧୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କଟକ।