ରାଜ୍ୟର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୧୮/୮: ରାଜ୍ୟରେ ଏବେ କିଛି ସ୍ଥାନରେ ବର୍ଷା ଲାଗି ରହିଛି। ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବର୍ଷା ହେଉଛି। ଏହାରିମଧ୍ୟରେ  ୨୪ଘଣ୍ଟା ମଧ୍ୟରେ ୧୦ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ  ହେଉଛିି  ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ମଧ୍ୟ  ଜାରି କରାଯାଇଛି।

ଆସନ୍ତା ଅଗଷ୍ଟ ୧୯ରୁ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି  ୨୦ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବର୍ଷା ସମ୍ଭାବନା ରହିଛି।