ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୨୦/୮: ରାଜ୍ୟରେ ଏବେ ମୌସୁମୀ ଦୁର୍ବଳ ହେବାରେ ଲାଗିଛି । ତେଣୁ ବର୍ଷାର ପରିମାଣ କମିବାରେ ଲାଗିଛି। ଅନ୍ୟପଟେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରୁ ରାଜ୍ୟ ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨ ଘଣ୍ଟା ପାଇଁ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ବାଲେଶ୍ୱର ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାସହ ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।