ପ୍ରବଳ ବର୍ଷା ନେଇ ରାଜ୍ୟର ୭ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୨୭/୮: ରାଜ୍ୟରେ ମୌସୁମୀ ଦୁର୍ବଳ ହେବାରେ ଲାଗିଛି ତେଣୁ ବର୍ଷାର ପରିମାଣ କମିବାରେ ଲାଗିଛି । ଏହାରି ମଧ୍ୟରେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଆଜି ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ଯାହା ଘନୀଭୂତ ହୋଇ ଆସନ୍ତାକାଲି ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷାର ପରିମାଣ ବଢିପାରେ । ଏସବୁ ଜିଲ୍ଲା ସମେତ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ବୌଦ୍ଧ, ଅନୁଗୁଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ତେଣୁ ଏହି ସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।