ରାଜ୍ୟରେ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର , ୭/୯ : ରାଜ୍ୟରେ ଏବେ ବର୍ଷା ଜାରି ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇ ସାରିଛି । ତେଣୁ ଏହା ପ୍ରଭାବରେ ଗତକାଲି ଠାରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇଛି । ଏହାସହ ଆଜି ବି ରାଜ୍ୟରେ ବର୍ଷା ଲାଗି ରହିବ । ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜାଗାରେ ବର୍ଷା ସମ୍ଭାବନା ଅଛି । ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଉଛି ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝରର । ବୁଧବାରଠାରୁ ବର୍ଷା ପରିମାଣ ହ୍ରାସ ପାଇବ । ତେବେ ଆସନ୍ତା ୧୧ ତାରିଖବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ରହିଛି ।