ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା

ଭୁବନେଶ୍ୱର,୪/୧୦: ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଲଘୁଚାପର ପ୍ରଭାବ ଦେଖିବାକୁ ମିଳିଛି। ସକ୍ରିୟ ଲଘୁଚାପ ପ୍ରଭାବରେ ଭିଜୁଛି ପୂରା ଉପକୂଳ ଓଡ଼ିଶା। ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକରେ ମଧ୍ୟ ମୂଷଳ ଧାରାରେ ବର୍ଷା ଲାଗି ରହିଛି। ଘଣ୍ଟା ପ୍ରତି ୨ରୁ ୩ ସେମି ଯାଏ ବର୍ଷା ହେବାର ଆକଳନ କରାଯାଇଛି।ଏଥିଲାଗି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାଜଧାନୀର ରସୁଲଗଡ଼ରେ ବନ୍ୟା ଭଳି ବର୍ଷା ପରିଲକ୍ଷିତ ହୋଇଛି।