ଆସୁଛି ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୧୦/୯: ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଏହାରି ମଧ୍ୟରେ ଆଜି ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆସନ୍ତା କାଲି ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ୧୨ରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିଭଳି ଗଜପତି, ନୟାଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବୌଦ୍ଧ ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ । ୧୩ରେ କିଛି ଆଭ୍ୟନ୍ତରୀଣ ଓଡ଼ିଶା ଓ ଆଉ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅନ୍ୟପଟେ ଆସନ୍ତା ୧୮ ତାରିଖରୁ ରାଜ୍ୟରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ସେପ୍ଟେମ୍ବର ମାସର ତୃତୀୟ ଲଘୁଚାପ । ଏହାଦ୍ୱାରା ସାରା ରାଜ୍ୟରେ ପ୍ରବଳ ବର୍ଷା ହେଵର ଆଶଙ୍କା ରହିଛି ।