ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ

ଭୁବନେଶ୍ୱର,୨୮/୧୧: ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ହେମନ୍ତ ସୋରେନ । ଏଥର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ସହ ମିଶି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ବହୁମତ ହାସଲ କରିଥିଲା । ଏହାପରେ ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିଲେ ହେମନ୍ତ ସୋରେନ । ଆଜି ବିଧିବଦ୍ଧ ଭାବରେ ତାଙ୍କୁ ପଦ ଓ ଗୋପନିୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ସନ୍ତୋଷ ଗଙ୍ଗୱାର ।

ସୂଚନାଯୋଗ୍ୟ ଯେ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଫଳାଫଳ ନଭେମ୍ବର ୨୩ ତାରିଖରେ ଆସିଥିଲା । ଇଣ୍ଡିଆ ମେଣ୍ଟ ସହ ମିଶି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ମୋଟ ୫୬ଟି ଆସନରେ ବିଜୟ ହାସଲ କରି ସରକାର ଗଢ଼ିବାକୁ ରାଜ୍ୟପାଳଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲା ।

Leave a Reply

Your email address will not be published. Required fields are marked *