କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବରଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ

ଭୁବନେଶ୍ୱର, ୯/୨: କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁଙ୍କୁ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି ହାଇକୋର୍ଟ । ମାର୍ଚ୍ଚ ୪ରେ ତଦନ୍ତକାରୀ ଅଧିକାରୀଙ୍କ ନିକଟରେ ହାଜର ସହ ତଦନ୍ତରେ ସହଯୋଗ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ ସମୟରେ ସାକ୍ଷୀଙ୍କୁ ପ୍ରଭାବିତ ନକରିବାକୁ ବି ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ ଯେ ମୟୂରଭଞ୍ଜ ଜିଲ୍ଲାର ଦୁଇ ଜଣ ସରକାରୀ କର୍ମଚାରୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ମାଡ଼ ମାରିଥିବା ନେଇ ଟୁଡୁଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଜିଲ୍ଲା କାର୍ଯ୍ୟାଳୟରେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗର ଉପନିର୍ଦ୍ଦେଶକ ଅଶ୍ବିନୀ କୁମାର ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ରଙ୍କୁ ଟୁଡୁ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ଏକ ପ୍ଲାଷ୍ଟିକ୍ ଚେୟାରରେ ପିଟିଥିବା ଅଭିଯୋଗ ହୋଇଥିଲା।