ଏଏସଓ ନିଯୁକ୍ତି ନେଇ ଓପିଏସସିର ମେରିଟ୍ ଲିଷ୍ଟକୁ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର,୧୯/୫:  ଏଏସଓ ନିଯୁକ୍ତି ନେଇ ଓପିଏସସିର ମେରିଟ୍ ଲିଷ୍ଟକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ। ଆଗାମୀ ୨ ମାସ ମଧ୍ୟରେ ସାନି ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ।

ଓପିଏସସି ପକ୍ଷରୁ ଏଏସଓ ପରୀକ୍ଷାରେ ଅନିୟମିତତା ମାମଲା ରିଟ୍ ଆବେଦନରେ ପିଟିସନରଙ୍କ ପକ୍ଷରୁ ଦର୍ଶାଯାଇଥିବା ଯୁକ୍ତିକୁ ବୈଧ ବୋଲି ଦର୍ଶାଇଛନ୍ତି କୋର୍ଟ। ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଶୁଣାଣି କରି କହିଛନ୍ତି ଯେ ପ୍ରକାଶ ପାଇବା ମେରିଟ୍ ଲିଷ୍ଟ ଗ୍ରହଣୀୟ ନୁହେଁ। ଏଣୁ ଓପିଏସସି ନିୟମ ଅନୁଯାୟୀ ଲିଖିତ ପରୀକ୍ଷା ଆଧାରରେ ଆଉ ଥରେ ନଜର ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ମାମଲାର ଶୁଣାଣି ଶେଷ ହୋଇ ରାୟ ସଂରକ୍ଷିତ ଥିଲା। ସୂଚନାଯୋଗ୍ୟ, ଗତ ଅଗଷ୍ଟ ମାସରେ ୭୯୬ଟି ଏଏସଓ ପଦବି ଲାଗି ଓପିଏସସି ପକ୍ଷରୁ ପରୀକ୍ଷା କରାଯାଇଥିଲା।