ଉପରମୁଣ୍ଡରେ ପ୍ରବଳ ବର୍ଷା, ହୀରାକୁଦ ଡ୍ୟାମରେ ବଢୁଛି ଜଳସ୍ତର

ଭୁବନେଶ୍ୱର,୩୦/୦୬: ଛତିଶଗଡ କଲମା ବ୍ୟାରେଜର ସମସ୍ତ ୬୬ଟି ଗେଟ୍ ଖୋଲିଦେଇଛି । ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ସମସ୍ତ ଗେଟ୍ ଖୋଲାଯାଇଛି । ଯାହାଫଳରେ ହୀରାକୁଦରେ ବର୍ଷା ପାଣି ପଶିବା ଆରମ୍ଭ ହୋଇଛି । କଲମା ଗେଟ୍ ଖୋଲିବା ଫଳରେ ହୀରାକୁଦର ଜଳସ୍ତର ବୃଦ୍ଧି ପାଉଛି ।ଦିନ ୧୨ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୦୩.୬୭ ଫୁଟ୍ ରହିଛି । ଏବେ ହୀରାକୁଦ ଜଳଭଣ୍ଡାରକୁ ୭୯ ହଜାର ୨୬୨ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ସେହିଭଳି ନିଷ୍କାସିତ ହେଉଛି ୨୯ ହଜାର ୭୭୨ କ୍ୟୁସେକ ଜଳ । ହୀରାକୁଦ ଜଳଭଣ୍ଡାରର ମୋଟ ଜଳ ଧାରଣ କ୍ଷମତା ୬୩୦ ଫୁଟ ରହିଛି ।