ଅଲକାଦିର ଟ୍ରଷ୍ଟ ମାମଲାରେ ଶୁଣାଣି, ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ୧୪ ବର୍ଷ ଜେଲ୍

ନୂଆଦିଲ୍ଲୀ,୧୭/୦୧: ଅଲକାଦିର ଟ୍ରଷ୍ଟ ମାମଲାରେ ଶୁଣାଣି । ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଲାଗିଛି ଶକ୍ତ ଝଟକା । ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଜେଲଦଣ୍ଡ ହୋଇଛି । କେବଳ ସେତିକି ନୁହେଁ ତାଙ୍କ ପତ୍ନୀଙ୍କୁ ମଧ୍ୟ ୭ ବର୍ଷ ସଜ୍ଜା ଶୁଣାଯାଇଛି ।

କ୍ଷମତାର ଦୁରୂପଯୋଗ ପାଇଁ ଦୋଷୀ ସାବ୍ୟସ୍ତ କରିଛନ୍ତି ପାକିସ୍ତାନ କୋର୍ଟ । ୨୦୨୩ରୁ ପାକିସ୍ତାନର ରାୱଲପିଣ୍ଡି ଜେଲରେ ବନ୍ଦୀ ଅଛନ୍ତି ଇମ୍ରାନ ଖାନ୍ । ତାଙ୍କୁ ଓ ତାଙ୍କ ପତ୍ନୀଙ୍କୁ ଦୁଇ ଶହରୁ ଅଧିକ ମାମଲାରେ ଅଭିଯୁକ୍ତ ଦର୍ଶାଯାଇ ଗିରଫ କରାଯାଇଛି । ପୂର୍ବରୁ ଅନେକ ମାମଲାରେ ଶୁଣାଣି କରାଯାଇ ତାଙ୍କୁ ଜେଲଦଣ୍ଡା ଦେଶ ହୋଇସାରିଛି । ଏବେ ପୁଣି ଆଉ ଏକ ମାମଲାରେ ଇମ୍ରାନଙ୍କୁ ଜେଲ ଦେଣ୍ଡାଦେଶ ଶୁଣାଇଛନ୍ତି ପାକିସ୍ତାନର କୋର୍ଟ ।

ତେବେ ଇମ୍ରାନ ଖାନ ପାକିସ୍ତାନର ରାଜନୀତିକୁ ଫେରିବା ନେଇ କିଛି ଦିନ ବୟାନ ଦେଇଥିଲେ । ସେ କହିଥିଲେ, ସେହବାଦ ସରିଫଙ୍କ ଭଳି ସେ ମଧ୍ୟ ସେନାକୁ ବ୍ୟବହାର କରି କ୍ଷମତାକୁ ଫେରିପାରିବେ ।

Leave a Reply

Your email address will not be published. Required fields are marked *