୭୬ତମ ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ,୧୫/୮: ଆଜି ଦେଶ ପାଳୁଛି ୭୬ତମ ସ୍ୱାଧୀନତା ଦିବସ । ଇଂରେଜଙ୍କ ଶାସନ ଅଧୀନରେ ପ୍ରାୟ ୨୦୦ ବର୍ଷ ରହିବା ପରେ ୧୯୪୭ ମସିହା ଆଜିର ଦିନରେ ଦେଶ ସ୍ୱାଧୀନ ହୋଇଥିଲା ।  ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଦିଲ୍ଲୀର ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ଉପସ୍ଥିତ ଜନତାଙ୍କୁ ସମ୍ବୋଧନ କରୁଛନ୍ତି । ଏହି କାର୍ଯ୍ୟକ୍ରମରେ ଦେଶର ବହୁ ମାନ୍ୟଗନ୍ୟ ବ୍ୟକ୍ତି ମଧ୍ୟ ସାମିଲ ହୋଇଛନ୍ତି । ଏଥିପାଇଁ ଦିଲ୍ଲୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।