ନ୍ୟୁଜିଲାଣ୍ଡକୁ ୪ ଓ୍ବିକେଟରେ ହରାଇଲା ଭାରତ

ନୂଆଦିଲ୍ଲୀ,୨୨/୧୦: ନ୍ୟୁଜିଲାଣ୍ଡକୁ ୪ ଓ୍ବିକେଟରେ ହରାଇ ଦେଇଛି ଭାରତ । ୨୦୦୩ ପରେ ପ୍ରଥମ ଥର ପାଇଁ ବିଶ୍ବକପରେ ଭାରତଠାରୁ ପରାଜୟ ବରଣ କରିଛି ନ୍ୟୁଜିଲାଣ୍ଡ । ଏହି ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଯାଇଛି ଭାରତ ।ବିଜୟ ପାଇଁ ନ୍ୟୁଜିଲାଣ୍ଡ ଭାରତ ଆଗରେ ୨୭୪ ରନର ବିଜୟ ଲକ୍ଷ୍ୟ ରଖିଥିଲା । ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ଆରମ୍ଭରୁ ୨ଟି ଓ୍ବିକେଟ ହରାଇ ସଂକଟର ସମ୍ମୁଖୀନ ହୋଇଥିଲା ।