ନୂଆଦିଲ୍ଲୀ,୦୨/୦୩: ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଚାଲିଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ଏକ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪୪ ରନରେ ପରାସ୍ତ କରିଛି ଭାରତ । ଭାରତ ପକ୍ଷରୁ ନ୍ୟୁଜିଲାଣ୍ଡ ଆଗରେ ୨୫୦ ରନର ଲକ୍ଷ୍ୟ ରଖାଯାଇଥିଲା । ତେବେ ନ୍ୟୁଜିଲାଣ୍ଡ ୪୫.୩ ଓଭରରେ ୨୦୫ ରନ କରି ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ କେନ ଓ୍ବିଲିୟମସନ ୮୧ ରନ କରିଥିବାବେଳେ ମିଚେଲ ସାଣ୍ଟନର ୨୮ ରନ ଓ ଓ୍ବିଲ ୟଙ୍ଗ ୨୨ ରନ କରିଥିଲେ । ଭାରତ ପକ୍ଷରୁ ବରୁଣ ଚକ୍ରବର୍ତ୍ତୀ ୫ଟି ଓ କୂଳଦୀପ ଯାଦବ ୨ଟି ଓ୍ବିକେଟ ନେଇଥିଲେ । ଏହି ବିଜୟ ସହ ଭାରତ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ।