ଆଜି ମୁହାଁମୁହିଁ ହେବେ ଭାରତ ଓ ପାକିସ୍ତାନ

ନୂଆଦିଲ୍ଲୀ,୨୮/୮: ସୁପର ସଣ୍ଡେରେ ସୁପର ସୋ । ଆଜି କ୍ରିକେଟ ମୈଦାନରେ ମୁହାଁମୁହିଁ ହେବେ ଭାରତ ଓ ପାକିସ୍ତାନ । ଏସିଆ କପରେ ଆଜି ପରସ୍ପରକୁ ଭେଟିବେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦୀ । ପାକିସ୍ତାନ ବିପକ୍ଷ ମ୍ୟାଚ୍ ଖେଳି ଏସିଆ କପରେ ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ । ଦୁବାଇର ଇଂଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ ଏହି ମ୍ୟାଚ୍ । ଗତବର୍ଷ ଟି-୨୦ ବିଶ୍ୱକପରେ ପାକିସ୍ତାନଠୁ ମିଳିଥିବା ପରାଜୟର ପ୍ରତିଶୋଧ ନେବାକୁ ସବୁପ୍ରକାର ଚେଷ୍ଟା କରିବେ ରୋହିତ ବାହିନୀ ।