ନୂଆଦିଲ୍ଲୀ,୨୩/୦୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆଜି ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ପଞ୍ଚମ ମ୍ୟାଚ୍ରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି। ଧାର୍ଯ୍ୟ ୨୪୨ ରନ୍ ଲକ୍ଷ୍ୟର ପିଛା କରି ଭାରତ ୪୨.୩ ଓଭରରେ ୪ ୱିକେଟ ହରାଇ ୨୪୪ ରନ୍ କରିଥିଲା। ଏହାସହ ବିରାଟ କୋହଲି ୫୧ତମ ବିରାଟ ଶତକ ହାସଲ କରିଛନ୍ତି। ଚାମ୍ପିଅନ୍ସ ଟ୍ରଫିର ଏହି ହାଇଭୋଲଟେଜ୍ ମ୍ୟାଚ୍ରେ ପାକିସ୍ତାନ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତ ବୋଲିଂ କରିଥିଲା।