ରାଜ୍ୟରେ ଆଜି ଚିହ୍ନଟ ହୋଇଥିବା ୨ ଓମିକ୍ରନ ଆକ୍ରାନ୍ତ ନାଇଜେରିଆ ଫେରନ୍ତା

ଭୁବନେଶ୍ୱର, ୨୩/୧୨: ରାଜ୍ୟରେ ଆଜି ଚିହ୍ନଟ ହୋଇଥିବା ୨ ଓମିକ୍ରନ ଆକ୍ରାନ୍ତଙ୍କ ତଥ୍ୟ ଜଣାପଡିଛି। ଏନେଇ ସ୍ପଷ୍ଟ କରିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ଆକ୍ରାନ୍ତ ୨ ଜଣ ୧୧ ଓ ୧୫ ବର୍ଷୀୟା ନାବାଳିକା । ବାପା-ମାଆଙ୍କ ସହ ୨ ଝିଅ ନାଇଜେରିଆରୁ ଫେରିଥିଲେ । ସେମାନଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ବାପା-ମାଆଙ୍କ ଟେଷ୍ଟ କରାଯାଇଥିଲା। ଏହାପରେ ସେମାନଙ୍କର ରିପୋର୍ଟ ନେଗେଟିଭ ଆସିଛି। ସୂଚନାଯୋଗ୍ୟ ଯେ ସମସ୍ତଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ୍ ଅଛି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ପୂର୍ବରୁ ମଧ୍ୟ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାସହ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି।