ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦/୦୫: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେଇଥିଲା। ଏବେ ଜାଣିବାକୁ ମିଳିଛି ‌ଯେ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ମଧ୍ୟ ପ୍ରାଣ ହରାଇଛନ୍ତି। ଉଭୟଙ୍କ ମୃତ୍ୟୁ ହୋଇଥିବା ଏବଂ ହେଲିକପ୍ଟରର ଭଗ୍ନାବଶେଷ ମିଳିଛି ବୋଲି ଇରାନ ଗଣମାଧ୍ୟମ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ରବିବାର ଦିନ ପାଖାପାଖି ୩ଟା ସମୟରେ ରଈସିଙ୍କ ହେଲିକପ୍ଟରଟି ଆଜରବାଇଜାନର ଘନ ଓ ପାହାଡ଼ିଆ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ହେଲିକପ୍ଟରରେ ବୈଦେଶିକ ମନ୍ତ୍ରୀ ଇବ୍ରାହିମ ରାଇସି ଏବଂ ଅନ୍ୟ ଅଧିକାରୀମାନେ ମଧ୍ୟ ଥିଲେ। ଦୁର୍ଘଟଣା ପରେ ଇରାନ ରାଷ୍ଟ୍ରପତିଙ୍କ ସହ ଯୋଗଯୋଗ ହୋଇପାରିନଥିଲା। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ପ୍ରବଳ ବର୍ଷା କାରଣରୁ ଉଦ୍ଧାରକାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ସେପଟେ ଅଧିକାରୀ ଓ ସେନା ଦୁର୍ଘଟଣାସ୍ଥଳରେ ପହଂଚିବା ପାଇଁ ଡ୍ରୋନର ସହାୟତା ନେଇଥିଲେ। ଦୀର୍ଘ ୧୭ ଘଣ୍ଟା ପରେ ବି ରାଷ୍ଟ୍ରପତିଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି।