ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯/୩: ଆଜି ପବିତ୍ର ରଙ୍ଗର ପର୍ବ ହୋଲି। ଏହି ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ ନିଜକୁ ତଥା ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖିବା ପାଇଁ ଚଳିତ ବର୍ଷ ଘରେ ରହି ହୋଲି ପାଳନ କରନ୍ତୁ। କୋଭିଡଠାରୁ ଦୂରେଇ ରହିବା ପାଇଁ ନିୟମର କଡ଼ାକଡ଼ି ପାଳନ ସମସ୍ତଙ୍କର ସଙ୍କଳ୍ପ ହେଉ ବୋଲି ସେ କହିଛନ୍ତି।