ପୁରୀକୁ ଗଡ଼ିଲା ଜଗନ୍ନାଥ ଏକ୍ସପ୍ରେସ, ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮/୦୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଐତିହାସିକ ରୂପାନ୍ତରଣକୁ ଦେଖିବା ପାଇଁ ରାଜ୍ୟ ସରକାର ନୂଆ ଅଭିଯାନ ଆରମ୍ଭ କରିଛନ୍ତି । ନୂଆ ଅଭିଯାନରେ ବିଭିନ୍ନ ଜିଲ୍ଲା ସଦର ମହକୁମାରୁ ପୁରୀକୁ ଗଡିଛି ଶ୍ରୀଜଗନ୍ନାଥ ଏକ୍ସପ୍ରେସ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଏହି ଅଭିଯାନର ଶୁଭାରମ୍ଭ କରିଛନ୍ତି । ଲକ୍ଷ୍ମୀ ଯୋଜନାରେ ଏହି ବସ୍ ଜିଲ୍ଲା ମୁଖ୍ୟାଳୟରୁ ପୁରୀକୁ ଯାତ୍ରା କରିବ । ପ୍ରାଥମିକ ପର୍ଯ୍ୟାୟରେ ୧୨ଟି ଜିଲ୍ଳା ସଦର ମହକୁମାରୁ ପୁରୀକୁ ଏହି ସେବା ଆରମ୍ଭ ହୋଇଛି ।

ପ୍ରଥମ ପର୍ଯ୍ୟାୟରେ ବଲାଙ୍ଗୀର, ବରଗଡ, ଗଂଜାମ, ଝାରସୁଗୁଡା, କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ପୁରୀକୁ ଜଗନ୍ନାଥ ଏକ୍ସପ୍ରେସ ଗଡିଛି । ଆସନ୍ତା ୨୧ ତାରିଖରୁ ପ୍ରତି ପଂଚାୟତରୁ ବାହାରିବ ବସ୍ ।