ଯାଜପୁର ବସ୍ ଦୁର୍ଘଟଣା, ଦୁଃଖ ପ୍ରକାଶ ସହ ମୃତକଙ୍କ ପରିବାରକୁ ୩ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬/୦୪: ଯାଜପୁର ଜିଲ୍ଲା ବାରବାଟୀ ଛକ ଅଞ୍ଚଳରେ ଏକ ଯାତ୍ରୀବାହୀ ବସ ପ୍ଲାଏ ଓଭରରୁ ତଳକୁ ଖସି ପଡିଥିଲା । ଏହି ଘଟଣାରେ ୫ ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ତା ସହିତ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି । ସେ ଲେଖିଛନ୍ତି, ଯାଜପୁର କୁଆଖିଆ ନିକଟରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗସ୍ତ ଘଟଣାରେ ମୃତ୍ୟୁବରଣ କରିଥିବା ଖବର ଶୁଣି ସେ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସେ ସମବେଦନା ଜଣାଇଛନ୍ତି । ଏଥିସହିତ ମହାପ୍ରଭୁଙ୍କ ପାଖରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।