ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର,୨୮/୦୮:  ଅନ୍ତର୍ଜାତୀୟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ଆଜି ପରଲୋକ ଘଟିଛି । ଚିକିତ୍ସାଧିନ ଅବସ୍ଥାରେ ମେଡିକାଲରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି ।୯୫ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି । ସେ ସ୍ନାୟୁ ରୋଗରେ ପୀଡିତ ହୋଇଥିଲେ । କିଛି ଦିନ ହେଲା ଆଇସିୟୁରେ ରଖାଯାଇ ତାଙ୍କର ଚିକିତ୍ସା କରାଯାଉଥିଲା । ହେଲେ ଗତକାଲି ରାତିରେ ସ୍ଵାସ୍ଥ୍ୟ ଅବସ୍ଥା ବିଗିଡିବାରୁ ତାଙ୍କୁ ଭେଂଟିଲେଟରକୁ ସ୍ଥାନାନ୍ତର କରାଯାଇଥିଲା । ଅଗଷ୍ଟ ୪ ତାରିଖରେ ଜୟନ୍ତ ମହାପାତ୍ର ଅସୁସ୍ଥ ହୋଇପଡିବାରୁ କଟକ ବଡ ମେଡିକାଲକୁ ଅଣାଯାଇଥିଲା । ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସୁଥିବା ବେଳେ ହଠାତ ସ୍ୱାସ୍ଥ୍ୟବସ୍ଥା ବିଗିଡିଯାଇଥିଲା । ଉଭୟ ଓଡିଆ ଇଂରାଜୀରେ କବିତା ସଂକଳନ କରିଛନ୍ତି । ସାହିତ୍ୟ ସାଧନା ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନ, କେନ୍ଦ୍ର ସାହିତ୍ୟ ଏକଡେମୀ ପୁରସ୍କାର, ଉକ୍ରଳ ରତ୍ନ ସମ୍ମାନ, ସାରଳା ସମ୍ମାନ, ବିଷୁବ ପୁରସ୍କାରରେ ସମ୍ମାନୀତି କରାଯାଇଛି ।