ସ୍ଥଗିତ ରହିଲା ଜେଇଇ-ମେନ୍ ୨୦୨୧

ଭୁବନେଶ୍ୱର, ୪/୫: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି । ଦିନକୁ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏହାର ପ୍ରଭାବ ଛାତ୍ରଛାତ୍ରୀଙ୍କ ପାଠପଢା ଉପରେ ପଡିଛି। ଅନ୍ୟପଟେ ଜେଇଇ-ମେନ୍ ୨୦୨୧ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହିପରି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ସୂଚନା ଦେଇଛନ୍ତି।