ଝାରସୁଗୁଡ଼ା ଉପନିର୍ବାଚନ:୧୨ ବରିଷ୍ଠ ନେତା ଓ ମନ୍ତ୍ରୀଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡ଼ି

ଭୁବନେଶ୍ବର,୭/୪: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛି ବିଜେଡି। ୪ ବ୍ଲକ ଓ ଗୋଟିଏ ପୌର ପରିଷଦ ପାଇଁ ୧୨ ବରିଷ୍ଠ ନେତା ଓ ମନ୍ତ୍ରୀଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ୱ  ଦିଆଯାଇଛି। ଦଳ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ଝାରସୁଗୁଡ଼ା ପୌର ପରିଷଦ ଲାଗି ପ୍ରତାପ ଜେନା, ପୁଷ୍ପେନ୍ଦ୍ର ସିଂଦେଓ, ସ୍ନେହାଙ୍ଗିନୀ ଛୁରିଆ ଓ ରୀତା ସାହୁ, ଲଇକେରା ବ୍ଲକ ପାଇଁ ପ୍ରତାପ କେଶରୀ ଦେବ ଓ ଦିବ୍ୟଶଙ୍କର ମିଶ୍ର, କିରମିରା ଲାଗି ଅତନୁ ସବ୍ୟସାଚୀ ନାୟକ ଓ ଟୁକୁନି ସାହୁ, କୋଲାବିରା ବ୍ଲକ ଲାଗି ନିରଂଜନ ପୂଜାରୀ ଓ ସରୋଜ ମେହେର ଏବଂ ଝାରସୁଗୁଡ଼ା ବ୍ଲକ ପାଇଁ ପଦ୍ମନାଭ ବେହେରା ଓ ଅରୁଣ ସାହୁଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି।