ଝାରସୁଗୁଡା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶିତ

ଭୁବନେଶ୍ୱର,୧୩/୪: ଝାରସୁଗୁଡା ଉପ-ନିର୍ବାଚନ ପାଇଁ ରାଜନୈତିକ ମାହୋଲ ସରଗରମ ହେବାରେ ଲାଗିଛି। ଏହାରିମଧ୍ୟରେ ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ଠାରୁ ୨୦ ତାରିଖ ଯାଏଁ ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପ୍ରାର୍ଥୀପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ଏପ୍ରିଲ ୨୧ରେ ସମସ୍ତ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ସେହିଭଳି ଏପ୍ରିଲ ୨୪ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ସେହିଭଳି ମେ’ ୧୦ରେ ଭୋଟଗ୍ରହଣ ହେବ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି । ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟଗ୍ରହଣ ହେବ । ମେ’ ୧୩ରେ ଭୋଟଗଣତି ହେବ ।

ସୂଚନାଯୋଗ୍ୟ ଯେ ଝାରସୁଗୁଡା ଉପ-ନିର୍ବାଚନ ପାଇଁ ୩ ପ୍ରମୁଖ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି ।  ବିଜେଡିରୁ ଦୀପାଳି ଦାସ, କଂଗ୍ରେସରୁ ତରୁଣ ପାଣ୍ଡେ ଓ ବିଜେପିରୁ ଟଙ୍କଧର ତ୍ରିପାଠୀଙ୍କୁ ଝାରସୁଗୁଡା ଉପ-ନିର୍ବାଚନରେ ଦେଖିବାକୁ ମିଳିବ । ୩ ନୂଆ ଚେହେରା ଉପ-ନିର୍ବାଚନ ମୈଦାନକୁ ଓହ୍ଲାଇବେ ।