ଝାରସୁଗୁଡା ଉପନିର୍ବାଚନ: ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ

ଭୁବନେଶ୍ୱର,୧୭/୪: ଝାରସୁଗୁଡା ବିଧାନସଭା ଉପନିର୍ବାଚନ ପାଇଁ ରାଜନୈତିକ ମାହୋଲ ବେଶ ସରଗରମ ରହିଛି। ଏହାରିମଧ୍ୟରେ ଆଜି ଉପନିର୍ବାଚନ ପାଇଁ ନିଜର ନାମାଙ୍କନ ଭରିଛନ୍ତି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ । ଉପଜିଲ୍ଲାପାଳ ଅଫିସରେ ଟଙ୍କଧର ନିଜ ସମର୍ଥକଙ୍କ ସହ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଏହି ଅବସରରେ ଟଙ୍କଧର ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ରାଜ୍ୟସରକାର ଝାରସୁଗୁଡ଼ାବାସୀଙ୍କ ପ୍ରତି ଅନ୍ୟାୟ କରିଛନ୍ତି । ଝାରସୁଗୁଡ଼ାବାସୀ ଏହାର ଜବାବ ଦେବେ।

ଅନ୍ୟପକ୍ଷରେ ଆସନ୍ତାକାଲି ବିଜେଡି ପ୍ରାର୍ଥିନୀ ଦୀପାଳି ଦାସ ପ୍ରାର୍ଥିପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଛି । ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ପ୍ରାର୍ଥୀପତ୍ର ଦାଖଲ କରି ସାରିଛନ୍ତି ।  ସୂଚନାଯୋଗ୍ୟ ଯେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା । ମେ ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ହେବ ମତଦାନ ।