ଭୋଟ ଦେଉଛି ଝାରସୁଗୁଡା

ଭୁବନେଶ୍ୱର,୧୦/୫: ଝାରସୁଗୁଡା ଉପନିର୍ବାଚନ ପାଇଁ ସକାଳୁ ମତଦାନ ଜାରି ରହିଛି। ସକାଳ ୯ଟା ସୁଦ୍ଧା ୯.୭୫ ପ୍ରତିଶତ ଭୋଟ୍ ଗ୍ରହଣ ହୋଇଛି । ଶାନ୍ତି ଶୃଙ୍ଖଳା ସହ ମତାଦାନ ଜାରି ରହିଛି । ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି, କଂଗ୍ରେସ ସହ ମୋଟ୍ ୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ବିଜେଡି ପ୍ରାର୍ଥୀ ଦୀପାଳି ଦାସ, ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କ ମଧ୍ୟରେ ଟକ୍କର ହେଉଛି । ସକାଳୁ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ୧୯ ନମ୍ବର ୱାର୍ଡର ୭୦ ନମ୍ବର ବୁଥରେ ଭୋଟ୍ ଦେଇଛନ୍ତି । ଏହି ଉପନିର୍ବାଚନରେ ୨ ଲକ୍ଷ ୨୧ ହଜାର ୭୧୯ ଜଣ ଭୋଟର ମତଦାନ କରୁଛନ୍ତି । ଏଥିପାଇଁ ଝାରସୁଗୁଡ଼ା ପୌର ପରିଷଦ ସହ ଝାରସୁଗୁଡ଼ା, କୋଲାବିରା, ଲଇକେରା ଓ କିର୍ମିରା ବ୍ଲକରେ ମୋଟ୍ ୨୫୩ଟି ବୁଥ୍ ପ୍ରତିଷ୍ଠା କରାଯାଇଛି । ଆଦର୍ଶ ଓ ପିଙ୍କ ବୁଥରେ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି ।