ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ନୂତନ ପୋର୍ଟାଲକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭/୭: ସାମ୍ବାଦିକଙ୍କ ପାଇଁ ଖୁସି ଖବର। ଆଜି ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ନୂତନ ପୋର୍ଟାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି। ସାମ୍ବାଦିକମାନଙ୍କୁ ଏଣିକି ସ୍ବାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ଆଉ ଜିଲ୍ଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଆସିବାକୁ ପଡ଼ିବନାହିଁ ।୫ଟି ନୀତି ଉପରେ ଗୁରୁତ୍ୱ ଦେଇ ପୋର୍ଟାଲ ପ୍ରସ୍ତୁତ ହୋଇଛି। ଏହାଦ୍ବାରା ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ କାମ କରୁଥିବା ଓଡ଼ିଆ ସାମ୍ବାଦିକମାନେ ଅନଲାଇନରେ ବୀମା ଓ ଅନ୍ୟ ସୁବିଧା ପାଇପାରିବେ। ଆଜିର ଏହି ଲୋକାର୍ପଣ ଉତ୍ସବରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ବିଭାଗୀୟ ସଚିବ ସଞ୍ଜୟ କୁମାର ସିଂହ ଓ ଉତ୍କଳ ପ୍ରସଙ୍ଗ ତଥା ଓଡ଼ିଶା ରିଭ୍ୟୁର ସଂପାଦିକା କସ୍ତୁରୀ ମହାପାତ୍ର ଅତିଥି ଭାବେ ଯୋଗ ଦେଇଥିଲେ ।